23କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
24ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
25ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
26ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
27ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।