26ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
27ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
28ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
29ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
30ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।