ଯାତ୍ରା ପୁସ୍ତକ 23

ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।

Exodus 23:30 (UKJV) By little and little I will drive them out from before you, until you be increased, and inherit the land.

28ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।

29ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।

30ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।

31ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।

32ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.