30ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
31ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
32ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
33ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।