2ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
3କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
4ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
5ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
6ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।