ଯାତ୍ରା ପୁସ୍ତକ 23

ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।

Exodus 23:6 (UKJV) You shall not shift the judgment of your poor in his cause.

4ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।

5ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।

6ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।

7ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।

8ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.