ଯାତ୍ରା ପୁସ୍ତକ 24

ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।

Exodus 24:11 (UKJV) And upon the nobles of the children of Israel he laid not his hand: also they saw God, and did eat and drink.

9ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।

10ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।

11ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।

12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”

13ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.