14ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
15ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
16ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
17ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
18ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।