1ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
2କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
3ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
4ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
5ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।