4ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
5ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
6ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
7ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
8ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”