5ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
6ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
7ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
8ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
9ତେବେ ମୋଶା, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।