9ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
10ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
11ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
12ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
13ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।