ଯାତ୍ରା ପୁସ୍ତକ 25

ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।

Exodus 25:16 (UKJV) And you shall put into the ark the testimony which I shall give you.

14ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।

15ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।

16ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।

17ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।

18ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.