16ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
17ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
18ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
19ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
20ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।