18ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
19ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
20ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
21ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
22ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।