ଯାତ୍ରା ପୁସ୍ତକ 25

ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।

Exodus 25:24 (UKJV) And you shall overlay it with pure gold, and make thereto a crown of gold round about.

22ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

23ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି

24ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।

25ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।

26ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.