24ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
25ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।
26ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
27ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
28ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।