26ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
27ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
28ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
29ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
30ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।