31ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
32ଅର୍ଥାତ୍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
33ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
34ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
35ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।