ଯାତ୍ରା ପୁସ୍ତକ 25

ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;

Exodus 25:34 (UKJV) And in the candlesticks shall be four bowls made like unto almonds, with their knops and their flowers.

32ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।

33ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।

34ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;

35ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।

36ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.