35ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।
36ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।
37ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
38ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
39ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।