2ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
3ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
4ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
5ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍ କାଷ୍ଠ,
6ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,