4ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
5ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍ କାଷ୍ଠ,
6ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
7ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
8ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।