6ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
7ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
8ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
9ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
10ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।