ଯାତ୍ରା ପୁସ୍ତକ 25

ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।

Exodus 25:9 (UKJV) According to all that I show you, after the pattern of the tabernacle, and the pattern of all the instruments thereof, even so shall all of you make it.

7ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।

8ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।

9ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।

10ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।

11ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.