11ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
12ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।
13ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
14ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
15ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।