ଯାତ୍ରା ପୁସ୍ତକ 26

ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।

Exodus 26:14 (UKJV) And you shall make a covering for the tent of rams' skins dyed red, and a covering above of badgers' skins.

12ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।

13ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।

14ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।

15ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।

16ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.