13ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
14ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
15ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
16ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
17ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।