14ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
15ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
16ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
17ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
18ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।