18ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
19ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
20ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
21ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
22ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।