20ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
21ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
22ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
23ପୁଣି, ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
24ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।