26ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
27ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
28ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।
29ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
30ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।