ଯାତ୍ରା ପୁସ୍ତକ 26

ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।

Exodus 26:3 (UKJV) The five curtains shall be coupled together one to another; and other five curtains shall be coupled one to another.

1ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।

2ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।

3ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।

4ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।

5ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.