29ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
30ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
31ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
32ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
33ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।