ଯାତ୍ରା ପୁସ୍ତକ 26

ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Exodus 26:34 (UKJV) And you shall put the mercy seat upon the ark of the testimony in the most holy place.

32ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।

33ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।

34ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

35ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।

36ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.