33ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
34ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
35ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
36ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
37ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।