ଯାତ୍ରା ପୁସ୍ତକ 26

ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।

Exodus 26:6 (UKJV) And you shall make fifty clasps of gold, and couple the curtains together with the clasps: and it shall be one tabernacle.

4ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।

5ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।

6ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।

7ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।

8ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.