7ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
8ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
9ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
10ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
11ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।