8ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
9ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।
10ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
11ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
12ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।