13ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
14(ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
15ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
16ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।
17ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।