17ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
18ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
19ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
20ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।
21ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।