ଯାତ୍ରା ପୁସ୍ତକ 27

ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।

Exodus 27:2 (UKJV) And you shall make the horns of it upon the four corners thereof: his horns shall be of the same: and you shall overlay it with brass.

1ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।

2ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।

3ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।

4ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.