3ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
4ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
5ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
6ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
7ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।