10ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
11ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
12ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
13ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
14ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।