ଯାତ୍ରା ପୁସ୍ତକ 28

ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ

Exodus 28:13 (UKJV) And you shall make casings of gold;

11ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।

12ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।

13ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ

14ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।

15ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.