16ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
17ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
18ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
19ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
20ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।