17ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
18ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
19ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
20ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
21ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।