1ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
2ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
3ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
4ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।