21ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
22ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
23ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
24ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
25ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।