25ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
26ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
27ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
28ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
29ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।